ନବୀନ ଓ ପାଣ୍ଡିଆନଙ୍କ ବିଦେଶ ଗସ୍ତର ତଦନ୍ତ ‌ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର, ୨୧/୧୧ : ୨୦୨୨-୨୩ ଓ ୨୦୨୩-୨୪ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଅବସରପ୍ରାପ୍ତ ଆଇଏଏସ ଅଧିକାରୀ ଭିକେ ପାଣ୍ଡିଆନ୍‌ ଏବଂ ଆଇପିଏସ  ରବିକାନ୍ତଙ୍କ ବିଦେଶ ଗସ୍ତର ତଦନ୍ତ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନିର୍ଦ୍ଦେଶ ଦେଇଛନ୍ତି। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ସଚିବ ଏହାର ତଦନ୍ତ କରିବେ।

ସୂଚନାଯୋଗ୍ୟ ଯେ, ବିଭିନ୍ନ ସାମାଜିକ କର୍ମୀଙ୍କ ଅଭିଯୋଗ ଅନୁଯାୟୀ ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ, ଶ୍ରୀ ପାଣ୍ଡିଆନ ଏବଂ ଶ୍ରୀ ରବିକାନ୍ତ ୨୦୨୨-୨୩ ଏବଂ ୨୦୨୩-୨୪ରେ ଅନେକ ଥର ବିଦେଶ ଗସ୍ତ କରିଛନ୍ତି। ବିଭିନ୍ନ ଆରଟିଆଇ ପ୍ରଶ୍ନରୁ ମିଳିଥିବା ତଥ୍ୟ ଅନୁଯାୟୀ ସେମାନଙ୍କ ଜାପାନ ଓ ଇଟାଲୀ ଗସ୍ତର ଖର୍ଚ୍ଚ ବିବରଣୀ ସନ୍ଦେହ ଜନକ। ଅସ୍ୱଚ୍ଛ ଓ ଅସମ୍ପୂର୍ଣ୍ଣ ବୋଲି ସାମାଜିକ କର୍ମୀମାନେ ଅଭିଯୋଗ କରିଛନ୍ତି। ଏହି ଗସ୍ତ ତଥ୍ୟକୁ ଉଦ୍ଦେଶ୍ୟ ପ୍ରଣୋଦିତ ଭାବେ ଗୁପ୍ତ ରଖାଯାଇଛି ଏବଂ ତଥ୍ୟ ଗୁଡ଼ିକର ତାଳମେଳ ରହୁନାହିଁ ବୋଲି ସେମାନେ ଅଭିଯୋଗ କରିଛନ୍ତି। ଏହିସବୁ ଅଭିଯୋଗ ଦୃଷ୍ଟିରୁ ଏହାର ତଦନ୍ତ କରାଯାଇ ପ୍ରକୃତ ସତ୍ୟାସତ୍ୟ ପଦାକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

 

Leave A Reply

Your email address will not be published.