ଖୁବ୍‌ ଶୀଘ୍ର ଖୋଲିବ ରାଜ୍ୟର ସମସ୍ତ ଧର୍ମାନୁଷ୍ଠାନ: ଟ୍ବିଟ୍‌ କରି ସୂଚନା ଦେଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର ୧୪।୧୨:  ଖୁବ୍ ଶୀଘ୍ର ରାଜ୍ୟର ସମସ୍ତ ଧର୍ମାନୁଷ୍ଠାନ ଖୋଲିବ। ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ। ବିଭିନ୍ନ ଜିଲ୍ଲାର ଧର୍ମାନୁଷ୍ଠାନ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏ ସମ୍ପର୍କରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ରାଜ୍ୟ ସରକାର କ୍ଷମତା ପ୍ରଦାନ କରିଛନ୍ତି। ବିଭିନ୍ନ କମିଟି ସହ ଆଲୋଚନା କରିବା ପରେ ଧର୍ମାନୁଷ୍ଠାନ ଖୋଲିବା ନେଇ ନିଷ୍ପତ୍ତି ନିଆଯିବ।

ରାଜ୍ୟ ସରକାର ମନ୍ଦିର ଖୋଲିବା ନିଷ୍ପତ୍ତି ଜିଲ୍ଲା ପ୍ରଶାସନ ଉପରେ ଛାଡିଛନ୍ତି । ନିଜ ଜିଲ୍ଲାରେ କୋଭିଡ୍ ସ୍ଥିତି ଦେଖି ସେମାନେ ମନ୍ଦିର ଖୋଲିବା ସଂପର୍କରେ ନିଷ୍ପତ୍ତି ନେଇପାରିବେ। ପୂର୍ବରୁ ପୁରୀ ଶ୍ରୀମନ୍ଦିର ଖୋଲିବା ନେଇ ନିଷ୍ପତ୍ତି ନିଆଯାଇଥିଲା। ଶ୍ରୀମନ୍ଦିର ଖୋଲିବା ନିଷ୍ପତ୍ତି ପରେ ଏବେ ରାଜ୍ୟର ଅନ୍ୟ ସମସ୍ତ ଧର୍ମାନୁଷ୍ଠାନ ଖୋଲିବାକୁ ଦାବି ଜୋର୍ ଧରିଥିଲା। ମନ୍ଦିର ବନ୍ଦ ଥିବାରୁ ବିଭିନ୍ନ ମନ୍ଦିରର ସେବାୟତମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ତେଣୁ ସମସ୍ତଙ୍କ ଭାବାବେଗକୁ ନଜରରେ ରଖି ଅନ୍ୟ ମନ୍ଦିର ଓ ଧର୍ମାନୁଷ୍ଠାନ ବି ଖୋଲିବା ଦରକାର ବୋଲି ଦାବି ଉଠିଛି।

Comments are closed.