ଆସନ୍ତା ୨୩ରୁ ଖୋଲିବ ରାଜଧାନୀର ସମସ୍ତ ଧର୍ମାନୁଷ୍ଠାନ

ଭୁବନେଶ୍ବର ୭।୮: ଆସନ୍ତା ୨୩ ତାରିଖରୁ ରାଜଧାନୀର ସମସ୍ତ ଧର୍ମାନୁଷ୍ଠାନ ଖୋଲିବ। ଭୁବନେଶ୍ବରର ସମସ୍ତ ଧର୍ମାନୁଷ୍ଠାନ ଖୋଲିବା ନେଇ ଆଜି ସୂଚନା ମିଳିଛି। ଏ ନେଇ ବିଏମସି ପକ୍ଷରୁ ସମସ୍ତ ଧର୍ମାନୁଷ୍ଠାନ କର୍ତ୍ତୃପକ୍ଷଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରାଯାଇଛି। ଆଲୋଚନା ପରେ ଧର୍ମାନୁଷ୍ଠାନ ଖୋଲିବା ନେଇ ବିଏମସି କମିସନର ସଞ୍ଜୟ ସିଂହ ସୂଚନା ଦେଇଛନ୍ତି।

କୋଭିଡ୍ ସଂକ୍ରମଣ ଯୋଗୁଁ ଦୀର୍ଘ ୩ ମାସ ହେଲା ବନ୍ଦ ରହିଥିଲା ସମସ୍ତ ମନ୍ଦିର ଓ ଧର୍ମାନୁଷ୍ଠାନ। ତେବେ ଅଗଷ୍ଟ ଗାଇଡ୍ ଲାଇନରେ ସରକାର ସମସ୍ତ ଧର୍ମାନୁଷ୍ଠାନ ଖୋଲିବା ନେଇ ଅନୁମତି ପ୍ରଦାନ କରିଥିଲେ। ସେହି କ୍ରମରେ ରାଜ୍ୟର ସମସ୍ତ ଧର୍ମାନୁଷ୍ଠାନ ଧୀରେ ଧୀରେ ଖୋଲିବାକୁ ଲାଗିଛି। ଏହି ଅନୁସାରେ ରାଜଧାନୀର ସମସ୍ତ ଧର୍ମାନୁଷ୍ଠାନ ଖୋଲିବା ନେଇ ନିଷ୍ପତ୍ତି ନିଆଯାଇଛି। ତେବେ ଆସନ୍ତା ୨୩ ତାରିଖରେ ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରେ ଭକ୍ତଙ୍କ ପାଇଁ ଧର୍ମାନୁଷ୍ଠାନ ଖୋଲିବା ଲାଗି ବିଭିନ୍ନ ଧର୍ମାନୁଷ୍ଠାନର କର୍ମକର୍ତ୍ତାମାନେ ବିଏମସିକୁ ପ୍ରସ୍ତାବ ଦେଇଥିଲେ।

 

Comments are closed.