ମଙ୍ଗଳବାର ସରକାର ଗଠନ କରିବ ବିଜେପି: ରାଜଭବନ ଯାଇ ରାଜ୍ୟପାଳଙ୍କୁ ଭେଟିଲେ ମୋହନ ମାଝୀ

ଭୁବନେଶ୍ବର, ୧୧/୬: ଓଡ଼ିଶାରେ ସରକାର ଗଠନ କରିବାକୁ ବିଜେପି ଦାବି କରିଛି। ରାଜଭବନ ଯାଇ ବିଜେପିର ଟିମ୍ ମଙ୍ଗଳବାର ରାଜ୍ୟରେ ସରକାର ଗଠନ କରିବାକୁ ଦାବି ଜଣାଇଛନ୍ତି। ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କ ସହ ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଏବଂ କେନ୍ଦ୍ରମନ୍ତ୍ରୀ ରାଜଭବନ ଯାଇ ସରକାର ଗଠନ କରିବାକୁ ଦାବି କରିଥିଲେ। ଏହାପରେ ଆସନ୍ତାକାଲି ଜନତା ମଇଦାନରେ ନୂଆ ସରକାରର ଶପଥ ପାଠ କାର୍ଯ୍ୟକ୍ରମ ଆୟୋଜନ କରାଯିବ।

ସୂଚନାଯୋଗ୍ୟ ଯେ, ଆଜି ଅପରାହ୍ନରେ ବିଜେପି ବିଧାୟକ ଦଳର ବୈଠକ ବସିଥିଲା। ଏହି ବୈଠକରେ କେନ୍ଦୁଝର ବିଧାୟକ ମୋହନ ମାଝୀଙ୍କୁ ବିଧାୟକ ଦଳର ନେତା ବଛାଯାଇଥିଲା। ତା ସହିତ କେଭି ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା ଉପମୁଖ୍ୟମନ୍ତ୍ରୀ ହେବା ପାଇଁ ଚୟନ ହେଇଥିଲେ। ଏହାପରେ ବିଜେପି ନେତାମାନେ ସିଧା ରାଜଭବନ ଯାଇ ସରକାର ଗଠନ କରିବାକୁ ଦାବି କରିଛନ୍ତି।

Comments are closed.