ମହାକାଶ କ୍ଷେତ୍ରରେ ମୋଦୀ ସରକାରଙ୍କ ସଂସ୍କାର ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଟ୍ୱିଟ୍

0

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ସରକାର ମହାକାଶ ଗବେଷଣା କ୍ଷେତ୍ର ସମେତ ବିଭିନ୍ନ କ୍ଷେତ୍ରରେ ଆଣିଥିବା ସଂସ୍କାର ଓଡିଶା ଭଳି ରାଜ୍ୟ ପାଇଁ ସହାୟକ ହୋଇଥିବା ବେଳେ ଓଡ଼ିଶା ଭାରତର ମହାକାଶ ଗବେଷଣାରେ ମୁଖ୍ୟ ଭୂମିକା ଗ୍ରହଣ କରିଆସୁଛି । ଚାନ୍ଦିପୁର, ବାଲେଶ୍ୱର ଏବଂ ଭଦ୍ରକର ଭାରତରତ୍ନ ଅବଦୁଲ କଲାମ ଦ୍ୱୀପପୁଞ୍ଜ ଭଳି କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ର ଭାରତର ଅନେକ ଗୌରବମୟ ସଫଳତାର ସାକ୍ଷୀ ହୋଇଛି ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

ମହାକାଶ କ୍ଷେତ୍ରରେ ମୋଦୀ ସରକାରଙ୍କ ସଂସ୍କାର ପ୍ରସଙ୍ଗରେ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ଭାରତ ସରକାର ମହାକାଶ ଗବେଷଣା କ୍ଷେତ୍ର ସମେତ ବିଭିନ୍ନ କ୍ଷେତ୍ରରେ ସଂସ୍କାର ଆଣିବା ମାର୍ଗରେ ଆଗକୁ ବଢୁଛନ୍ତି  । ଭାରତ’ର ମହାକାଶ କ୍ଷେତ୍ରରେ ଉଦାରୀକରଣ ଅପାର ସମ୍ଭାବନାର ସମ୍ଭାର ଆଣିବା ସହ ଦେଶର ବିକାଶରେ ମହାକାଶ ପ୍ରଯୁକ୍ତିବିଦ୍ୟାରେ ବଡ଼ ଭୂମିକା ଗ୍ରହଣ କରିବ  ।

ଶ୍ରୀ ପ୍ରଧାନ କହିଛନ୍ତି ନୂଆ ମହାକାଶ ବୋର୍ଡ ଇଣ୍ଡିଆନ ନ୍ୟାସନାଲ ସ୍ପେଶ୍ ପ୍ରମୋଶନ ଆଣ୍ଡ ଅଥୋରାଇଜେସନ(ଆଇଏନ୍-ସ୍ପେଶ)ର ପ୍ରତିଷ୍ଠା ମହାକାଶ ବିଶେଷ ଭାବରେ ମହାକାଶ ପ୍ରଯୁକ୍ତିବିଦ୍ୟାର ନୂତନ ଏବଂ ଉଦୀୟମାନ କ୍ଷେତ୍ରରେ ନବସୃଜନ, ଅଭିବୃଦ୍ଧି ଏବଂ ଭାରତକୁ ଆତ୍ମନିର୍ଭର କରିବାରେ ସାହାଯ୍ୟ କରିବ  ।

ରାଷ୍ଟ୍ରାୟତ୍ତ ଉଦ୍ୟୋଗ ‘ନ୍ୟୁ ସ୍ପେସ ଇଣ୍ଡିଆ ଲିମିଟେଡ୍ (ଏନଏସଆଇଏଲ) ମହାକାଶ ସମ୍ବନ୍ଧୀୟ

କାର୍ଯ୍ୟକ୍ରମକୁ ନୂଆ ଦିଗଦର୍ଶନ ଦେବ ଏବଂ ଆମ ମହାକାଶ ଆସେଟର ସର୍ବୋତ୍ତମ ବ୍ୟବହାରକୁ ସ୍ଥାୟୀ କରିପାରିବ । ଷ୍ଟାଟଅପକୁ ସହଯୋଗ କରାଯିବା ବେସରକାରୀ ଉଦ୍ୟୋଗୀଙ୍କ ପାଇଁ ନୂଆ ସ୍ତର ତିଆରି କରିବ ଏବଂ ଏହା ମହାକାଶ ଆସେଟରେ ସାମାଜିକ-ଅର୍ଥନୈତିକର ବ୍ୟବହାରକୁ ପ୍ରୋତ୍ସାହନ ଦେବ  ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୀର୍ଘକାଳୀନ ଦୂରଦୃଷ୍ଟି ଭାରତକୁ ମହାକାଶ କାର୍ଯ୍ୟକ୍ରମରେ ନୂଆ ପର୍ଯ୍ୟାୟରେ ପହଞ୍ଚାଇବ ଓ ଏହି କ୍ଷେତ୍ରରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ଏବଂ ଭାରତୀୟ କମ୍ପାନୀଗୁଡ଼ିକୁ ବିଶ୍ୱ ମହାକାଶ ଅର୍ଥନୀତିରେ ପ୍ରମୁଖ ଭୂମିକାରେ ଛିଡା କରାଇବ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି  ।

Leave A Reply

Your email address will not be published.