ଗୋପାଳପୁର ନିଟକରେ ମାଡ଼ ହୋଇପାରେ ବାତ୍ୟା

୨ଦିନ ବନ୍ଦ ରହିବ ଶିମିଳିପାଳ ଜାତୀୟ ଉଦ୍ୟାନ, ହରିଶଙ୍କର ପୀଠ ବାତ୍ୟା ପାଇଁ ଟ୍ରେନ୍‌ ବାତିଲ

0

ଭୁବନେଶ୍ବର, ୧୯/୧୧: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଅକଭାନ’ ସ୍ଥଳଭାଗ ଆଡ଼କୁ ମୁହାଁଉଛି। ପୁରୀ ଏବଂ ଆନ୍ଧ୍ରପ୍ରଦେଶର ମଛଲିପାଟନମମଧ୍ୟ ଭାଗରେ ଏହା ସ୍ଥଳଭାଗ ଛୁଇଁବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସତର୍କ ସୂଚନା ଅନୁସାରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ଅଶାନ୍ତ ସମୁଦ୍ର, ପ୍ରବଳ ପବନ, ଭାରୀ ବର୍ଷା ଏବଂ ଉପକୂଳବର୍ତ୍ତୀ ଅଞ୍ଚଳରେ ଜଳମଗ୍ନ ହେବାର ଆଶଙ୍କା ରହିଛି।

ବାତ୍ୟା ନେଇ ଓଡ଼ିଶା ସରକାରଙ୍କ ସ୍ୱତନ୍ତ୍ର ରିଲିଫ୍ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ ପର୍ଯ୍ୟଟନ ବିଭାଗର କମିସନର ତଥା ଶାସନ ସଚିବ ଓ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବଙ୍କୁ ଏକ ଜରୁରୀ ପତ୍ର ପ୍ରେରଣ କରାଯାଇଛି। ପର୍ଯ୍ୟଟକ, ପରିଦର୍ଶକ, ପର୍ଯ୍ୟଟନ କର୍ମଚାରୀ ଏବଂ ସାଧାରଣ ଜନତାଙ୍କ ସୁରକ୍ଷା ନିମନ୍ତେ ତୁରନ୍ତ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି। ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକରେ ଜିଲ୍ଲାପାଳ, ପୁଲିସ ଏବଂ ସ୍ଥାନୀୟ ପ୍ରଶାସନ ସହ ସମନ୍ୱୟ ରକ୍ଷା କରି ସମସ୍ତ ପର୍ଯ୍ୟଟନ କର୍ତ୍ତୃପକ୍ଷ, ଟୁର ଅପରେଟର, ହୋଟେଲ ଓ ରିସର୍ଟଗୁଡ଼ିକୁ ନିମ୍ନଲିଖିତ କଟକଣା କଡ଼ାକଡ଼ି ଭାବେ ପାଳନ କରିବାକୁ କୁହାଯାଇଛି।

Leave A Reply

Your email address will not be published.