ଉପକୂଳ ଓଡ଼ିଶା ଓ ପଶ୍ଚିମବଙ୍ଗରେ ହୋଇପାରେ ପ୍ରବଳ ବର୍ଷା: ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର

ଭୁବନେଶ୍ବର, ୨୨/୫: ବଙ୍ଗୋପସାଗରରେ ଲଘୁଚାପ ରୂପ ନେଲା ଘୂର୍ଣ୍ଣିବଳୟ। ଏହା ପ୍ରଭାବରେ ଆଗାମୀ ୨୫ ତାରିଖରୁ ଉପକୂଳ ଓଡ଼ିଶା ଓ ପଶ୍ଚିମବଙ୍ଗରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛନ୍ତି ଭାରତୀୟ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର। ବୁଧବାର ସକାଳୁ ଦକ୍ଷିଣ-ପଶ୍ଚିମ ଏବଂ ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଉତ୍ତର-ପୂର୍ବ ଦିଗକୁ ଗତି କରିବ ଏବଂ ୨୪ ତାରିଖ ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି।

ଏହାର ଗତି ଉତ୍ତର-ପୂର୍ବ ଦିଗକୁ ରହିବା ସହ ଆହୁରି ତୀବ୍ର ହେବ ଏବଂ ୨୫ ତାରିଖ ସନ୍ଧ୍ୟା ବେଳକୁ ଉତ୍ତର-ପୂର୍ବ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପହଂଚିବାର ସମ୍ଭାବନା ରହିଛି। ସେଥିପାଇଁ ମତ୍ସ୍ୟଜୀବୀମାନଙ୍କୁ କାଲିଠୁ ୨୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି। ଯାହାର ପ୍ରଭାବରେ ଆଗାମୀ ତିନିଦିନ ଯାଏ କାଳବୈଶାଖୀ ପ୍ରଭାବ ରହିବ। କିଛି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

 

 

Comments are closed.