ଜଳୁଛି ଓଡ଼ିଶା, ‌ଝାରସୁଗୁଡ଼ା ଓ କେନ୍ଦୁଝରରେ ତାପମାତ୍ରା ୪୩.୬ ଡିଗ୍ରି ରେକର୍ଡ

0

ଭୁବନେଶ୍ବର, ୨୧/୪: ପ୍ରବଳ ଖରାରୁ ଆଜି ବି ଆଶ୍ବସ୍ତି ମିଳିନାହିଁ। ସାରା ଓଡ଼ିଶାବାସୀ ତାତିରେ ତ୍ରାହିତ୍ରାହି ଡାକିଛନ୍ତି। ଦିନ ସାଢ଼େ ୨ଟା ୩୦ରେ ତାପମାତ୍ରା ୪୩.୬ ଡିଗ୍ରି ରେକର୍ଡ ହୋଇଛି। ଝାରସୁଗୁଡ଼ା ଓ କେନ୍ଦୁଝରରେ ତାପମାତ୍ରା ୪୩.୬ ଡିଗ୍ରି ରେକର୍ଡ ହୋଇଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ହୀରାକୁଦ ଓ ରାଉ‌ରକେଲାରେ ତାପମାତ୍ରା ୪୧.୮, ସମ୍ବଲପୁରରେ ୪୧.୭, ଭୁବନେଶ୍ବର ଓ ଚାନ୍ଦବାଲିରେ୪୧.୬, ବାଲେଶ୍ବରରେ ୪୦.୫ ଡିଗ୍ରି ତାପମାତ୍ରା ରେକର୍ଡ କରାଯାଇଛି।

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିବା ଆଶଙ୍କାରେ ୬ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ମୟୂରଭଞ୍ଜ, ନୟାଗଡ଼, ଅନଗୁଳ, ବୌଦ୍ଧ, କଟକ ଓ କେନ୍ଦୁଝର ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଉଛି ନୂଆପଡ଼ା, ସୁବର୍ଣ୍ଣପୁର, ବଲାଙ୍ଗୀର, ସମ୍ବଲପୁର, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, ବରଗଡ଼ ଓ ରାୟଗଡ଼ା। ୬ଟି ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେଗୁଡ଼ିକ ହେଉଛି କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, ‌କୋରାପୁଟ ଓ ମାଲକାନଗିରି। ସେହିଭଳି ୨୨ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଓ ଅନୁଗୁଳ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ବାଲେଶ୍ବର, ଯାଜପୁର, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୩ ଓ ୨୪ ତାରିଖରେ ରାଜ୍ୟର କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଏବଂ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଗ୍ରୀଷ୍ମପ୍ରବାହକୁ ଦେଖି ସ୍ବତନ୍ତ୍ର ରିଲିଫ୍‌ କମିସନର ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି।

Leave A Reply

Your email address will not be published.