ସେପ୍ଟେମ୍ବର ପହିଲାରୁ ବିଧାନସଭାର ମୌସୁମୀ ଅଧିବେଶନ

ଭୁବନେଶ୍ବର, ୧୬।୮: ସେପ୍ଟେମ୍ବର ପହିଲାରୁ ବିଧାନସଭାର ମୌସୁମୀ ଅଧିବେଶନ ବସିବ। ଏହି ଅଧିବେଶନରେ ମୋଟ ୮ଟି କାର୍ଯ୍ୟଦିବସ ରହିଛି। ଚଳିତ ଥର ମଧ୍ୟ କରୋନା ଗାଇଡଲାଇନ୍ ମଧ୍ୟରେ ଗୃହକାର୍ଯ୍ୟ ପରିଚାଳିତ ହେବ। ବିଧାନସଭା ସଚିବାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଷୋଡ଼ଶ ବିଧାନସଭାର ସପ୍ତଦଶ ଅଧିବେଶନ ଆସନ୍ତା ସେପ୍ଟେମ୍ବର ୧ରୁ ୯ତାରିଖ ପର୍ଯ୍ୟନ୍ତ ଚାଲିବ। ସେପ୍ଟେମ୍ବର ୩ ତାରିଖକୁ ପ୍ରାଇଭେଟ୍ ମେମ୍ବର୍ସ ବିଜିନେସ୍ ପାଇଁ ରଖା ଯାଇଥିବା ବେଳେ ଅନ୍ୟ ସମସ୍ତ ଦିନଗୁଡ଼ିକ ଅଫିସିଆଲ କାର୍ଯ୍ୟଦିବସ ରହିଛି। ୫ ତାରିଖ ରବିବାର ଛୁଟି ରହିବ। ବିଧାନସଭା ସଚିବ ଦାଶରଥୀ ଶତପଥୀଙ୍କ ଦ୍ୱାରା ଜାରି ସମନ ଅନୁସାରେ, ସେପ୍ଟେମ୍ବର ୧ ତାରିଖ ପୂର୍ବାହ୍ନ ୧୧ଟାରେ ବିଧାନସଭା ଅଧିବେଶନ ଆରମ୍ଭ ପାଇଁ ରାଜ୍ୟପାଳ ସମନ ଜାରି କରିଛନ୍ତି।

 

Comments are closed.