ଏ ପାର୍ବଣରେ ବିଏମ୍‌ସି ଅଞ୍ଚଳରେ ସାର୍ବଜନୀନ ପୂଜା ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ କରାଯିବନି : ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର,୧୫/୯ : ଚଳିତ ବର୍ଷ ପାର୍ବଣ ସମୟରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ   ଦେଇଛନ୍ତି । ବିଭିନ୍ନ ପୂଜା ସମିତି ଓ ସ୍ଥାନୀୟ ବିଧାୟକମାନଙ୍କ ଅନୁରୋଧକ୍ରମେ ଜନସାଧାରଣଙ୍କ ସାଂସ୍କୃତିକ ଓ ଆଧ୍ୟାତ୍ମିକ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।

ଏହାଦ୍ୱାରା ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଆସନ୍ତା ପାର୍ବଣ ଋତୁ ସମୟରେ ସରକାରୀ ଜାଗାରେ ସାମୟିକ ଭାlବ ଆୟୋଜିତ ହେଉଥିବା ବିଭିନ୍ନ ପୂଜା ଉତ୍ସବ ପାଇଁ କୌଣସି ଗ୍ରାଉଣ୍ଡ ରେଣ୍ଟ ଆଦାୟ କରାଯିବ ନାହିଁ । ଚଳିତ ବର୍ଷ ଆଗାମୀ ଦିନରେ ଗଣେଶ ପୂଜା, ଦୂର୍ଗା ପୂଜା, କାଳୀ ପୂଜା, ଲକ୍ଷ୍ମୀ ପୂଜା ଓ କାର୍ତ୍ତିକେଶ୍ୱର ପୂଜା ଆଦି ଅନେକ ପୂଜା ଅନୁଷ୍ଠିତ ହେବାର ଅଛି । ଏ ସବୁ ପୂଜା ପାଇଁ କୌଣସି ଗ୍ରାଉଣ୍ଡ ରେଣ୍ଟ ଭୁବନେଶ୍ୱର ମହାନିଗମ ପକ୍ଷରୁ ଆଦାୟ କରାଯିବ ନାହିଁ।

 

Leave A Reply

Your email address will not be published.