ଭୁବନେଶ୍ବର, ୨୭।୭: ଆଜି ପ୍ରକାଶ ପାଇଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଫଳ। ପୂର୍ବାହ୍ନ ସାଢ଼େ ୧୧ଟାରେ ରାଜ୍ୟ ବୈଷୟିକ ଶିକ୍ଷା ଓ ଧନ୍ଦାମୂଳକ ତାଲିମ୍ ପରିଷଦ(ଏସ୍ସିଟିଇ ଆଣ୍ଡ୍ ଭିଟି) କାର୍ଯ୍ୟାଳୟରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ପରୀକ୍ଷା ଫଳ ପୁସ୍ତିକାକୁ ଉନ୍ମୋଚନ କରିଛନ୍ତି। ଏଥିରେ ୧୨ଟି ବୈଷୟିକ ଓ ବୃତ୍ତିଗତ ପାଠ୍ୟକ୍ରମ ପାଇଁ ରେଜଲ୍ଟ ପ୍ରକାଶ ପାଇଛି।
ଏଥର ଏମ୍ବିଏରେ ଶ୍ରଦ୍ଧାରବିନ୍ଦ ସାମନ୍ତରାୟ ଟପ୍ପର ହୋଇଥିବା ବେଳେ ଏମ୍ସିଏରେ ଈଶାନ୍ତ କୁମାର ନାୟକ ଓ ବି.ଫାର୍ମରେ ଅରୂପ ପଣ୍ଡା ଟପ୍ପର ହୋଇଛନ୍ତି। ସେହିପରି ଏମ୍. ଫାର୍ମରେ ସଚିନ ନାୟକ, ଏମ୍.ଆର୍କରେ ସୃଷ୍ଟି ନଙ୍ଗାଲିଆ ଟପ୍ପର ହୋଇଛନ୍ତି। ଏମ୍ଟେକ୍ ସିଭିଲ ଇଞ୍ଜିନିୟରିଂରେ ସଂଜୀବ ପ୍ରଧାନ ଟପ୍ପର ହୋଇଥିବା ବେଳେ ଏମ୍ଟେକ୍ ଇଲେକ୍ଟ୍ରିକାଲରେ ମିଥୁନ ଅଧିକାରୀ ଓ ମେକାନିକାଲରେ ରାଜନ ମହାପାତ୍ର ଟପ୍ପର ହୋଇଛନ୍ତି।
ପରୀକ୍ଷାର୍ଥୀ ଓଜେଇଇ ୱେବସାଇଟ୍ www.ojee.nic.in ରେ ସେମାନଙ୍କ ଆପ୍ଲିକେସନ୍ ନମ୍ବର ଓ ଜନ୍ମ ତାରିଖ ଦାଖଲ କରି ଫଳ ଜାଣିପାରିବେ। ଚଳିତବର୍ଷ ଏମ୍ସିଏ/ଏସ୍ଏସ୍ସି(କମ୍ପ୍ୟୁଟର ସାଇନ୍ସ), ଏମ୍.ଟେକ୍, ଏମ୍.ଆର୍କିଟେକ୍, ଏମ୍.ପ୍ଲାନ, ଏମ୍.ଫାର୍ମା, ବି.କାଟ୍, ଏମ୍ବିଏ, ଲାଟେରାଲ ଏଣ୍ଟ୍ରି ଫାର୍ମା, ଲାଟେରାଲ ଏଣ୍ଟ୍ରି(ବିଏସ୍ସି), ବି. କାଟ୍(ଫିଲ୍ମ ଏଡିଟିଂ), ଇଣ୍ଟିଗ୍ରେଟେଡ୍ ଏମ୍ବିଏ ଓ ଲାଟେରାଲ ଏଣ୍ଟ୍ରି ଟେକ୍ନୋଲୋଜି(ଡିପ୍ଲୋମା) ଓ ବି.ଫାର୍ମା ବିଷୟ ଲାଗି ୫୮ହଜାର ଛାତ୍ରଛାତ୍ରୀ ପଞ୍ଜୀକରଣ କରିଥିବା ବେଳେ ୮୨.୫% ପିଲା ପରୀକ୍ଷା ଦେଇଥିଲେ।
Comments are closed.