ବିନା ଭକ୍ତରେ କେବଳ ପୁରୀରେ ଗଢ଼ିବ ରଥ, ଆଉ କେଉଁଠାରେ ବି ହୋଇ ପାରିବନି ରଥଯାତ୍ରା

0

ଭୁବନେଶ୍ବର, ୧୦।୬: ଗତବର୍ଷ ଭଳି ଚଳିତ ବର୍ଷ ବି ବିନା ଭକ୍ତରେ କେବଳ ପୁରୀରେ ହିଁ ଗଢ଼ିବ ରଥ। ଆଉ କେଉଁଠାରେ ହେବ ନାହିଁ ରଥଯାତ୍ରା। ଏନେଇ ସୂଚନା ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିସନର୍। ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇପାରିବ ନାହିଁ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ବ ପଦକ୍ଷେପ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ତେବେ ରଥଯାତ୍ରାରେ କେଉଁମାନେ ସାମିଲ ହୋଇପାରିବେ ଏନେଇ ସବିଶେଷ ସୂଚନା ଏସଆରସି ପକ୍ଷରୁ ଦିଆଯାଇଛି । ରଥଯାତ୍ରାରେ କୌଣସି ଭକ୍ତ ସାମିଲ ହୋଇପାରିବେ ନାହିଁ । ଭକ୍ତଶୂନ୍ୟ ବଡଦାଣ୍ଡରେ କେବଳ ସେବାୟତ ଓ ପୁଲିସଙ୍କ ସହଯୋଗରେ ଚତୁର୍ଦ୍ଧାବିଗ୍ରହଙ୍କ ରଥ ଗଡିବ ।

ସେହିଭଳି ଗୋଟିଏ ରଥରେ ୫୦୦ ସେବାୟତରୁ ଅଧିକ ରହିବେ ନାହିଁ । ଯେଉଁ ସେବାୟତ ଦୁଇ ଥର ଟିକା ନେଇସାରିଥିବେ କିମ୍ବା ଆରଟିପିସିଆର ରିପୋର୍ଟ ନେଗେଟିଭ ଆସିଥିବ, ସେମାନେ ମହାପ୍ରଭୁଙ୍କ ନୀତିକାନ୍ତି ଏବଂ ରଥଯାତ୍ରାରେ ସାମିଲ ହୋଇପାରିବେ । ଏହା ବାଦ୍ ୪୮ଘଣ୍ଟା ପୂର୍ବରୁ ଆରଟିପିସିଆର ନେଗେଟିଭ ରିପୋର୍ଟ ଥିବା ସେବାୟତ ମଧ୍ୟ ରଥଯାତ୍ରାରେ ସାମିଲ ହୋଇପାରିବେ । ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହେବନାହିଁ । କିନ୍ତୁ ମନ୍ଦିର ଭିତରେ ହେବାକୁ ଥିବା ନୀତିକାନ୍ତି ସମ୍ପନ୍ନ ହେବ । ମନ୍ଦିର ବାହାରେ କୌଣସି ନୀତିକାନ୍ତି ହେବ ନାହିଁ । ପୁରୀରେ ରଥଯାତ୍ରା ସମୟରେ କର୍ଫ୍ୟୁ ଲାଗୁ ରହିବ ।

Leave A Reply

Your email address will not be published.