ଦୀପାବଳି ପରେ ଖୋଲିବ ପ୍ରଥମରୁ ସପ୍ତମ ଶ୍ରେଣୀ ସ୍କୁଲ: ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ଵର, ୩୧୧୦: ଦେଢ଼ ବର୍ଷ ପରେ ସ୍କୁଲ ଯିବେ ପ୍ରଥମରୁ ସପ୍ତମ ଶ୍ରେଣୀ ଶିକ୍ଷାର୍ଥୀ। ଦୀପାବଳି ପରେ ପ୍ରଥମରୁ ସପ୍ତମ ଶ୍ରେଣୀ ଯାଏ ସ୍କୁଲ ଖୋଲିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବିଚାରବିମର୍ଶ କରୁଛି। ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ନେଇ ପର୍ଯ୍ୟାୟ କ୍ରମେ ସ୍କୁଲ ଖୋଲିବାକୁ ଯୋଜନା ହୋଇଛି ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି। ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ସ୍କୁଲ ଖୋଲିବା ଏକ ସ୍ୱାଭାବିକ ପ୍ରକ୍ରିୟା। ଦୀପାବଳି ପରେ ପ୍ରଥମରୁ ସପ୍ତମ ଶ୍ରେଣୀ ଯାଏ ସ୍କୁଲ ଖୋଲିବ। ପିଲାମାନଙ୍କ ମଧ୍ୟରେ ସ୍କୁଲ ଯିବା ପାଇଁ ଆଗ୍ରହ ସୃଷ୍ଟି ହେଲାଣି। ବର୍ତ୍ତମାନ ପ୍ରାୟ ୭୦ ପ୍ରତିଶତ ଉପସ୍ଥାନ ଆସୁଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ରହିଛି, ପିଲାମାନଙ୍କ ପାଇଁ ଶିକ୍ଷା ସହ ସ୍ୱାସ୍ଥ୍ୟ ଗୁରୁତ୍ୱପୂର୍ଣ୍ଣ। ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ସୁରୁଖୁରୁରେ ଚାଲିଛି। ଅନ୍ୟ ଶ୍ରେଣୀଗୁଡ଼ିକ ମଧ୍ୟ ଖୁବ ଶୀଘ୍ର ଖୋଲାଯିବ। ସରକାରଙ୍କର ରିଭାଇଜ୍‌ଡ ସିଲାବସ ଅନୁସାରେ ପାଠ ପଢ଼ାଯିବା ବୋଲି କହିଛନ୍ତି ମନ୍ତ୍ରୀ ଶ୍ରୀ ଦାସ। ରାଜ୍ୟରେ ଏବେ କରୋନା ସଂକ୍ରମଣ ଗ୍ରାଫ୍ ତଳକୁ ଖସିଥିବାରୁ ଅଷ୍ଟମରୁ ଦ୍ଵାଦଶ ଶ୍ରେଣୀ ଯାଏ ସ୍କୁଲ ଖୋଲାଯାଇଛି। ଏବେ ସରକାର ପ୍ରଥମରୁ ସପ୍ତମ ଶ୍ରେଣୀ ଯାଏ ପିଲାମାନଙ୍କ ପାଇଁ ସ୍କୁଲ ଖୋଲିବାକୁ ସରକାର ଯୋଜନା କରୁଛନ୍ତି।

Comments are closed.