୬ ମାସ ଛୁଟିରେ ଗଲେ ସଚିବ ସୁଜାତା କାର୍ତ୍ତିକେୟନ୍‌

ଝିଅର ଦଶମ ଶ୍ରେଣୀ ପରୀକ୍ଷା ପ୍ରସ୍ତୁତି ପାଇଁ ନେଲେ ଛୁଟି

ଭୁବନେଶ୍ବର, ୭/୬: ଝିଅର ଦଶମ ଶ୍ରେଣୀ ପରୀକ୍ଷା ପ୍ରସ୍ତୁତି ପାଇଁ ରାଜ୍ୟ ସରକାରଙ୍କ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ସୁଜାତା ଆର୍‌ କାର୍ତ୍ତିକେୟନ୍‌ ୬ ମାସ ପାଇଁ ଛୁଟିରେ ଯାଇଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୦୦୦ ବ୍ୟାଚ୍‌ର ଆଇଏଏସ୍‌ ଗତ ୩୧ ତାରିଖ ଠାରୁ ଛୁଟିରେ ଅଛନ୍ତି। ଝିଅର ଦଶମ ଶ୍ରେଣୀ ପରୀକ୍ଷା ଥିବାରୁ ତା’ର ପ୍ରସ୍ତୁତି ପାଇଁ ସେ ଆସନ୍ତା ନଭେମ୍ବର ୩୧ ତାରିଖ ଯାଏଁ ଛୁଟିରେ ରହିବେ।

ସୂଚନାଯୋଗ୍ୟ, ଚଳିତ ସାଧାରଣ ନିର୍ବାଚନ-୨୦୨୪ରେ ବିଜୁ ଜନତା ଦଳ (ବିଜେଡି) ପାଇଁ ସୁଜାତା କାର୍ତ୍ତିକେୟନ୍‌ ଏଜେଣ୍ଟ ଭଳି କାମ କରୁଛନ୍ତି ବୋଲି ଭାରତୀୟ ଜନତା ପାର୍ଟି (ବିଜେପି) ଭାରତୀୟ ନିର୍ବାଚନ କମିସନ୍‌ଙ୍କ ନିକଟରେ ଗତମାସ ଅଭିଯୋଗ ଆଣିଥିଲା। ଏହା ‌ପରେ ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିସନ ଶକ୍ତି ବିଭାଗରୁ ଅର୍ଥ ବିଭାଗକୁ ବଦଳି ହୋଇଥିଲା।

 

 

Comments are closed.